ଭୁବନେଶ୍ୱର,ଏନ୍ଏନ୍ଏସ୍: କରୋନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଫେବୃଆରୀ ମାସ ପାଇଁ ଗାଇଡଲାଇନ ଜାରି କରାଯାଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୂଚନା ପ୍ରଦାନ କରିଛନ୍ତି ।
ନୂଆ ଗାଇଡଲାଇନ ଅନୁସାରେ, ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ କର୍ଫ୍ୟୁ ଲାଗୁ ରହିବ । ଶତ ପ୍ରତିଶତ କର୍ମଚାରୀଙ୍କୁ ନେଇ ଅଫିସ ଚାଲିବାକୁ ଅନୁମତି ଦିଆଯାଇଛି । କିନ୍ତୁ ଏହି ସମୟରେ କରୋନା ପ୍ରୋଟୋକଲ ମାନିବାକୁ ପଡ଼ିବ । ଥିଏଟର ଓ ଅଡିଟୋରିୟମ ରାତି ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି ଜଣାପଡ଼ିଛି ।