ଭୁବନେଶ୍ୱର,ଏନ୍ଏନ୍ଏସ୍: ଆସନ୍ତା କାଲିଠାରୁ ଦୁଇ ଦିନ ଯାଏଁ ପଶ୍ଚିମା-ଝଡ ଏବଂ ବଙ୍ଗୋପସାଗର ମଧ୍ୟରୁ ରାଜ୍ୟ ମୁହାଁ ଉଷ୍ମ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ବର୍ଷା ହୋଇପାରେ। ୪ ରେ ଉତ୍ତର ଓଡ଼ିଶାରେ ବର୍ଷାର ବିସ୍ତୃତି ଏବଂ ପରିମାଣ ବୃଦ୍ଧି ସହ କିଛି ଜିଲ୍ଲାରେ କୁଆପଥର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରିବା ଏବଂ ଉଦ୍ୟାନ ଚାଷ ପ୍ରଭାବିତ ହୋଇପାରେ।
ଏହି ପ୍ରକାର ପାଣିପାଗ ନିୟମକକୁ ଦୃଷ୍ଟିରେ ରଖି ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ୩ ତାରିଖରୁ ୪ ତାରିଖ ପର୍ଯ୍ୟନ୍ତ ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର ଜିଲ୍ଲା କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ଥିବାବେଳେ ଉତ୍ତର ଓଡ଼ିଶାର ଅବଶିଷ୍ଠ ଜିଲ୍ଲା ଦକ୍ଷିଣ ଓଡ଼ିଶାର ସୋନପୁର, ବଲାଙ୍ଗୀର ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ଏବଂ ଦକ୍ଷିଣ ଓଡ଼ିଶାର ଅବଶିଷ୍ଟ ଜିଲ୍ଲାରେ ପାଗ ଶୁଖୁଲା ରହିବାର ପୁର୍ବାନୁମାନ କରିଛି।
ଆସନ୍ତା କାଲି ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ମୟୁରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ସମ୍ଭାବନା ଥିବାରୁ ହଳଦିଆ ଚେତାବନୀ ଜାରି କରାଯାଇଛି।
୪ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ବାଲେଶ୍ବର ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ କୁଆପଥର ମାଡ଼ ସହିତ ବର୍ଷା ସମ୍ଭାବନା ଥିବାରୁ ହଳଦିଆ ଚେତାବନୀ ଜାରି କରାଯାଇଛି ।