ଭୁବନେଶ୍ବର,ଏନ୍ଏନ୍ଏସ୍: ଭୁବନେଶ୍ବର ମହାନଗର ନିଗମ ସାଧାରଣ ନିର୍ବାଚନ-୨୦୨୨ ପାଇଁ ବିଭିନ୍ନ ୱାର୍ଡର କର୍ପୋରେଟର ପଦବୀ ପାଇଁ ଆଜି ଆଉ ୨୦ ଜଣ ପ୍ରାର୍ଥୀ ମନୋନୟନ ପତ୍ର ଭୁବନେଶ୍ବର ଅତିରିକ୍ତ ଜିଲ୍ଲାପାଳ ତଥା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଦାଖଲ କରିଛନ୍ତି। ଗତକାଲି ସୁଦ୍ଧା ୨୦ ଜଣ ପ୍ରାର୍ଥୀ ବିଭିନ୍ନ ୱାର୍ଡ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ଆଜି ସୁଦ୍ଧା ମୋଟ ୪୦ ଜଣ ପ୍ରାର୍ଥୀ କର୍ପୋରେଟର ପାଇଁ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆଜି ମେୟର ପଦବୀ ପାଇଁ ଆଉ ୮ଟି ଫର୍ମ ବିକ୍ରି ହୋଇଥିବା ବେଳେ ଆଜି ସୁଦ୍ଧା ଏଥ୍ପାଇଁ ମୋଟ ୨୩ଟି ଫର୍ମ ବିକ୍ରି ହୋଇଛି। ଆଜି ପ୍ରଥମ କରି ଜଣେ ପ୍ରାର୍ଥୀ ମେୟର ପଦବୀ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।
ଗତକାଲି ସୁଦ୍ଧା ବିଭିନ୍ନ ୱାର୍ଡର କର୍ପୋରେଟର ପଦବୀ ପାଇଁ ୫୮୧ ଟି ଫର୍ମ ବିକ୍ରି ହୋଇଥିବା ବେଳେ ଆଜି ଆଉ ୧୩୨ ଟି ଫର୍ମ ପ୍ରାର୍ଥୀମାନେ ନେଇଛନ୍ତି। ଆଜି ସୁଦ୍ଧା ସର୍ବୋମୋଟ ୭୧୩ଟି ଫର୍ମ କର୍ପୋରେଟର ପଦବୀ ପାଇଁ ଆଶାୟୀ ପ୍ରାର୍ଥୀମାନେ ନେଇଛନ୍ତି। ଆଜି ମନୋନୟନ ପତ୍ର ଦାଖଲର ୪ର୍ଥ ଦିବସରେ ଗହଳି ଓ ଟ୍ରାଫିକ୍ ନିୟନ୍ତ୍ରଣକୁ ଦୃଷ୍ଟିରେ ରଖ୍ ଅତିରିକ୍ତ ଜିଲ୍ଲାପାଳ ତଥା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ମନୋନୟନ ଫର୍ମ ବିକ୍ରି ତଥା ପ୍ରାର୍ଥୀପତ୍ର ଦାଖଲ ବ୍ୟବସ୍ଥାକୁ ଅଧିକ ସୁବ୍ୟସ୍ଥିତ କରାଯାଇଥିଲା ଏବଂ ସୁରକ୍ଷା ବ୍ୟବସ୍ଥା ପାଇଁ ବ୍ୟାପକ ପୁଲିସ ମୁତୟନ ବ୍ୟବସ୍ଥା କରାଯାଇଥିଲା।