କରୋନାରୁ ଆଶ୍ୱସ୍ତି, ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୯ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ବିସ୍ତାରରେ ରୋକ୍ ଲାଗିଛି। ଦୈନିକ ସଂକ୍ରମଣରୁ ଆଶ୍ୱସ୍ତି ମିଳିଛି। ଗତକାଲି ୪୮ ହଜାର ୯୬୪ଟି ନମୁନା ପରୀକ୍ଷଣ ହୋଇଥିଲା ବେଳେ ୧୨୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ସଙ୍ଗରୋଧ କେନ୍ଦ୍ରରୁ ୭୫ ଓ ସ୍ଥାନୀୟ ଅଞ୍ଚଳରୁ ୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩୯ ଜଣ ୧୮ ବର୍ଷରୁ କମ୍ ବର୍ଗର ପିଲା ରହିଛନ୍ତି।

ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨୦ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫ଜଣ, ଷ୍ଟେଟ ପୁଲ୍‌ରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୮୮୯ରେ ପହଁଞ୍ଚିଥିଲା ବେଳେ, ଗତକାଲି ୨୦୯ ସୁସ୍ଥ ହୋଇଛନ୍ତି, ଏହା ସହିତ ୧୨ ଲକ୍ଷ ୭୫ ହଜାର ୨୨୮ ସୁସ୍ଥ ହୋଇଛନ୍ତି ଏବଂ ରାଜ୍ୟରେ ଏବେ ୧,୫୦୭ ସକ୍ରିୟ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି।