ପୁଣି ୬ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜ୍ୟ ସରକାର ଆଉ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଭାବେ ଅବସର ପ୍ରଦାନ କରିଛନ୍ତି। ସେମାନଙ୍କ ମଧ୍ୟରେ ନିର୍ବାହୀ ଯନ୍ତ୍ରୀ ସରୋଜ ଦାସ, ଦୟାନିଧି ସାମଲ ଓ କରୁଣାକର ଘଡ଼ାଇ ରହିଛନ୍ତି । ସେହିପରି ପୁଲିସ ଇନ୍ସପେକ୍ଟର ରତ୍ନାକର ମଲ୍ଲିକ, ନୂଆପଡ଼ା ଏସିଏସଓ ରତ୍ନାକର ସେଠୀ ଓ ଅନୁଗୁଳର ପୂର୍ବତନ କଳ୍ୟାଣ ଅଧିକାରୀ ଚାରୁଲତା ମଲ୍ଲିକଙ୍କୁ ମଧ୍ୟ ଅବସର ଦିଆଯାଇଥିବା ସୂଚନା ମିଳିଛି ।