ଆସନ୍ତା ୨ରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜ୍ୟରେ ଏପ୍ରିଲ ୨ରୁ ସକାଳୁଆ ସ୍କୁଲ ହେବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି । ସକାଳ ୬ଟା ୩୦ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ କ୍ଲାସ ହେବ । ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ନବମ ଓ ଦଶମ ଶ୍ରେଣୀ କ୍ଲାସ ହେବ ବୋଲି ଜଣାପଡ଼ିଛି । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ପ୍ରଦାନ କରିଛନ୍ତି ।