ବଲାଙ୍ଗିର,ଏନ୍ଏନ୍ଏସ୍: ସଇଁନ୍ତଲା ବ୍ଲକ୍ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ଜୁନିଅର ରେଡକ୍ରସ୍ ୟୁନିଟ ତରଫରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ହୋଇଥିବା କାର୍ଯ୍ୟକ୍ରମକୁ ଜୁନିୟର ରେଡକ୍ରସ କାଉନସିଲର ରାମ ନାରାୟଣ ଦାଶ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ସଇଁନ୍ତଲା ଗୋଷ୍ଠୀ ଡାକ୍ତରଖାନାର କାର୍ଯ୍ୟରତ କର୍ମଚାରୀ ସୁବ୍ରତ ନାଗ, ରୀତା ଦେହେରି ଯୋଗ ଦେଇଥିଲେ। ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନର ତାତ୍ପର୍ଯ୍ୟ ବିଷୟରେ ବୁଝାଇବା ସହ ସ୍ୱାସ୍ଥ୍ୟ ପ୍ରତି ଦୃଷ୍ଟି ଦେବା ଓ ଆସୁଥିବା ସ୍ୱାସ୍ଥ୍ୟ ସମସ୍ୟାର କିଭଳି ନିରାକରଣ କରାଯାଇ ଲୋକମାନଙ୍କୁ ଉତ୍ତମ ସେବା ପ୍ରଦାନ କରାଯିବ ସେନେଇ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।