ଫୁଲବାଣୀ,ଏନ୍ଏନ୍ଏସ୍: ବିଶ୍ୱ ନୃତ୍ୟ ଦିବସ ଅବସରରେ ସ୍ଥାନୀୟ ସଭାଗୃହ ଠାରେ କନ୍ଧମାଳ ଜିଲ୍ଲାର ଜଣାଶୁଣା ସାଂସ୍କୃତିକ ଅନୁଷ୍ଠାନ ନଟରାଜ କଳା ମନ୍ଦିର ପକ୍ଷରୁ ଏକ ଚିତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ସମ୍ବର୍ଦ୍ଧନା ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥିଭାବେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ପୌର ପରିଷଦ ଅଧ୍ୟକ୍ଷ ଶ୍ରୀମତି ସ୍ମିତାରାଣି ମହାନ୍ତି, ଉପଜିଲ୍ଲାପାଳ ଶେଷଦେବ ମିଶ୍ର, ଜିଲ୍ଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀ, ବରିଷ୍ଠ ଆଇନଜୀବୀ ବିଜୟ କୃଷ୍ଣ ପଟ୍ଟନାୟକ, ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ସମ୍ପାଦକ ହରିଶ୍ଚନ୍ଦ୍ର ମହାରଣା, ଏଲ୍ଆଇସିର ପ୍ରଶାସନିକ ଅଧିକାରୀ ହରେକୃଷ୍ଣ ପାଢୀ, ଫୁଲବାଣୀ ନାରାୟଣୀ ଯାତ୍ରା ପରିଚାଳନା କମିଟିର ସଭାପତି ପି. ସୁଧାଂଶୁ ସେନାପତିଙ୍କ ସମେତ ବରିଷ୍ଠ ସାମ୍ବାଦିକ ପ୍ରଶାନ୍ତ କୁମାର ବେହେରା, ଗୁରୁ ବିକ୍ରମ ସାମଲ, ଗୁରୁ ଡ଼. ଗଜେନ୍ଦ୍ର ପଣ୍ଡା ଓ ଅମିୟ ମହାନ୍ତି ପ୍ରମୁଖ ଅତିଥିଭାବେ ଯୋଗଦେଇ ଏହି ଦିବସ ଉପରେ ଆଲୋକପାତ କରିଥିଲେ।
