ଅନନ୍ତନାଗରେ ୨ ଆତଙ୍କବାଦୀ ନିପାତ

ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ବିଜବେହେରାସ୍ଥିତ ସିତିପୋରା ଅଞ୍ଚଳରେ ସୁରକ୍ଷାବଳ ଓ ଆତଙ୍କବାଦୀଙ୍କ ମଧ୍ୟରେ ସଂଘର୍ଷ ଜାରି ରହିଛି । ଇତିମଧ୍ୟରେ ୨ଜଣ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି । ମୃତକ ଦ୍ୱୟ ପ୍ରତିବନ୍ଧିତ ଆତଙ୍କବାଦୀ ସଂଗଠନ ହିଜବୁଲ ମୁଜାହୁଦ୍ଦୀନ ସହ ଜଡ଼ିତ ଥିଲେ । ଘଟଣାସ୍ଥଳରୁ ହଥିୟାର, ଗୋଳାବାରୁଦ ସମେତ ଆପତ୍ତିଜନକ ସାମଗ୍ରୀ ଜବତ ହୋଇଛି । ଉକ୍ତ ଅଞ୍ଚଳରେ ଆତଙ୍କବାଦୀ ଥିବା ସନ୍ଦେହରେ ସର୍ଚ୍ଚ ଅପରେସନ ଜାରି ରହିଛି।

ବିଶେଷ ସୂତ୍ରରୁ ଖବର ପାଇ ସୁରକ୍ଷାବଳ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା । ପ୍ରଥମେ ସୁରକ୍ଷାବଳ ଉପରକୁ ଆତଙ୍କବାଦୀ ଗୁଳିଚାଳନା କରିବା ପରେ ଏନକାଉଣ୍ଟର ଆରମ୍ଭ ହୋଇଥିଲା ।