ଭୁବନେଶ୍ବର,ଏନ୍ଏନ୍ଏସ୍: ରାଜ୍ୟରେ ଘଡ଼ଘଡ଼ି, ବର୍ଷା ସହ ଧୂଳିଝଡ଼ ଆଶଙ୍କା ଥିବାରୁ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ଦୁଇଦିନ ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି ।
ରବିବାର ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନ ସହ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର ସ୍ଥାନେ ସ୍ଥାନେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ ।
ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ଆଶଙ୍କା ରହିଛି ।
ସେହିପରି ଆସନ୍ତା ୪ ଦିନ ତାତିରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ସୂଚନା ମିଳିଛି।ଗତକାଲି ମଧ୍ଯ ୧୨ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ଥିଲା ।