ସାବିତ୍ରୀ ବ୍ରତରେ ଜୀବନ ହାରିଲେ ବିଜଳି

ସଇଁନ୍ତଲା,ଏନ୍‌ଏନ୍‌ଏସ୍‌: ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ବିବାହିତ ମହିଳାମାନେ ସାବିତ୍ରୀ ବ୍ରତ ପାଳୁଥିବା ବେଳେ ବଲାଙ୍ଗୀର ଜିଲ୍ଲା ସଇଁନ୍ତଲା ବ୍ଲକ ତାଳବାହାଲ ଗାଁରେ ଆଜି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଉକ୍ତ ଗ୍ରାମର ବିଜଳି ବଗର୍ତ୍ତି(୨୬) ନାମକ ଜଣେ ମହିଳା ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ସଇଁନ୍ତଲା ପୁଲିସ ଖବର ପାଇବା ପରେ ମୃତଦେହକୁ ଉଦ୍ଧାର କରି ତଦନ୍ତ ଜାରି ରଖିଛି ।

ମିଳିଥିବା ରିପୋର୍ଟ ମୁତାବକ, କିଛିଦିନ ହେବ ସ୍ୱାମୀ ବନମାଳୀ ବଗର୍ତ୍ତି ଓ ସ୍ତ୍ରୀ ବିଜଳିଙ୍କ ମଧ୍ୟରେ କଳହ ଲାଗି ରହିଥିଲା । ଆଜି ବନମାଳୀ କୌଣସି କାମ ପାଇଁ ବାହାରକୁ ଯାଇଥିବାବେଳେ ବିଜଳି ଆତ୍ମହତ୍ୟା କରିଛନ୍ତି । ବିଜଳିଙ୍କର ଗୋଟିଏ ଝିଅ ମଧ୍ୟ ରହିଛି । ପୁଲିସ ଏକ ମାମଲା ରୁଜୁ କରି ଘଟଣା ସମ୍ପର୍କରେ ତଦନ୍ତ ଜାରି ରଖିଛି ।