ହଜ୍ ଯାତ୍ରା କରୁଥିବା ଯାତ୍ରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା, ପ୍ରତ୍ୟେକଙ୍କୁ ୧୦ ହଜାର ଟଙ୍କାର ଚେକ୍ ପ୍ରଦାନ
ଭୁବନେଶ୍ବର,ଏନ୍ଏନ୍ଏସ୍: ୨୦୨୨ ବର୍ଷର ହଜ ଯାତ୍ରା କରୁଥିବା ଯାତ୍ରୀ ମାନଙ୍କ ପାଇଁ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଜୟଦେବ ଭବନ ଠାରେ ମୁଖ୍ୟମନ୍ତ୍ରୀ ଏକ ସ୍ୱତନ୍ତ୍ର ଭିଡିଓ ବାର୍ତ୍ତା ମାଧ୍ୟମରେ ଚଳିତ ବର୍ଷ ହଜ ଯାତ୍ରାରେ ଯାଉଥିବା ଯାତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରିବା ସଙ୍ଗେ ସଙ୍ଗେ ସେମାନଙ୍କର ସଫଳ ହଜ ଯାତ୍ରା ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ଚଳିତ ବର୍ଷ ରାଜ୍ୟ ହଜ କମିଟି ଜରିଆରେ ୩୮୮ ଜଣ ହଜ ଯାତ୍ରା ପାଇଁ ମନୋନୀତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୨୪ ଜଣ ପୁରୁଷ ଓ ୧୬୪ ଜଣ ମଳିଳା ହଜ ଯାତ୍ରା କରୁଛନ୍ତି । ସରକାରଙ୍କ ତରଫରୁ ହଜ ଯାତ୍ରୀଙ୍କ ସୁବିଧା ନିମନ୍ତେ ଖାଦିମ- ଉଲ- ହୁଜ୍ଜାଜ ଭାବେ ଯାଉଥିବା ୩ ଜଣ ସରକାରୀ କର୍ମଚାରୀ ମଧ୍ୟ ଅନ୍ତର୍ଭୂକ୍ତ ରହିଛନ୍ତି।
