ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି

ଭୁବନେଶ୍ବର,ଏନ୍ଏନ୍ଏସ୍: ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିସିସିଆଇ(ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି। ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଦ୍ବିତୀୟ ଟି୨୦ ମ୍ୟାଚ୍‌ରେ ଯୋଗ ଦେବାକୁ ଓଡ଼ିଶା ଆସିଛନ୍ତି ବିସିସିଆଇ ସଭାପତି। ଅପରାହ୍ନରେ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ପାଛୋଟି ନେଇଥିଲେ ଓସିଏ ସମ୍ପାଦକ। ନବୀନଙ୍କୁ ଭେଟିବା ପରେ ଗାଙ୍ଗୁଲି ବାରବାଟୀ ଷ୍ଟାଡିୟମ ଯିବେ।