ଆସନ୍ତା ୨ ଦିନରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ଛୁଇଁବ ମୌସୁମୀ: ପାଣିପାଗ ବିଭାଗ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଓଡ଼ିଶାରେ ସକ୍ରିୟ ହେଉଛି ମୌସୁମୀ। ପ୍ରଥମେ ଦକ୍ଷିଣ ଓଡ଼ିଶା ଛୁଇଁବା ପରେ ଏବେ ଉପକୂଳମୁହାଁ ହୋଇଛି ମୌସୁମୀ। ଆସନ୍ତା ୨ ଦିନ ମଧ୍ୟରେ ଉପକୂଳ ସମେତ ଆଭ୍ୟନ୍ତରଣୀ ଓଡ଼ିଶାକୁ ମୌସୁମୀ ଛୁଇଁବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ।

ଯାଜପୁର, କେନ୍ଦୁଝର, ଢେଙ୍କାନାଳ, କଟକ ଏବଂ ନୟାଗଡ଼କୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତାକାଲି ୧୭ ଜିଲ୍ଲା, ୨୦ ତାରିଖରେ ୨୨ ଜିଲ୍ଲା, ୨୧ ତାରିଖରେ ୧୮ ଏବଂ ୨୨ ତାରିଖରେ ୧୯ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଅନ୍ୟପଟେ ଆସନ୍ତା ୨୪ ତାରିଖ ବେଳକୁ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ଝାଡଖଣ୍ଡ ଏବଂ ପଶ୍ଚିମବଙ୍ଗରେ ବର୍ଷାର ପରିମାଣ ବଢ଼ିବ।