କଟକ,ଏନ୍ଏନ୍ଏସ୍: ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ପାରିବାରିକ ବିବାଦ ମାମଲାରେ ଅନୁଭବଙ୍କୁ ପୁଣି ଏକ ଝଟକା ଲାଗିଛି । ବର୍ଷାଙ୍କୁ ଅନୁଭବଙ୍କ ଘର ଛାଡ଼ି ଅନ୍ୟତ୍ର ରହିବା ନିର୍ଦ୍ଦେଶ ଉପରେ କଟକ ଜିଲ୍ଲା ଜଜ୍ ଅନ୍ତରୀଣ ରୋକ ଲଗାଇଛନ୍ତି । ରହିତାଦେଶ ସହ କୋର୍ଟ ଅନୁଭବଙ୍କ ଜବାବ ତଲବ ମଧ୍ୟ କରିଛନ୍ତି । ଜୁଲାଇ ୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ତାରିଖ ଧାର୍ଯ୍ୟ ହୋଇଥିବା ଜଣାପଡ଼ିଛି ।
ସୂଚନାଯୋଗ୍ୟ, ଅନୁଭବଙ୍କ ଘର ଛାଡ଼ି ଅନ୍ୟତ୍ର ରହିବାକୁ ଏସଡିଜେଏମ କୋର୍ଟ ବର୍ଷାଙ୍କୁ ନିର୍ଦ୍ଦେଶ ଦେଇଥିଲେ । କିନ୍ତୁ ଘର ଭଡ଼ା ବାବଦକୁ ବର୍ଷାଙ୍କୁ ମାସକୁ ୩୦ ହଜାର ଟଙ୍କା ଦେବାକୁ ଅନୁଭବଙ୍କୁ ନିର୍ଦ୍ଦେଶ ରହିଥିଲା ।