ବାଲିଗୁଡ଼ା,ଏନ୍ଏନ୍ଏସ୍: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନା ମଦାଙ୍ଗିକ୍ରାଡ଼ିସାଲା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ସାପ କାମୁଡ଼ିବା ଯୋଗୁ ନୀଳନ୍ତି ମଲ୍ଲିକ(୩୫) ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ମିଳିଥିବା ରିପୋର୍ଟ ମୁତାବକ, ନୀଳନ୍ତି ରାତିରେ ଶୋଇଥିବା ସମୟରେ ହଠାତ ଚିତି ସାପଟି ତାଙ୍କୁ କାମୁଡ଼ି ଦେଇଥିଲା । ପରେ ତାଙ୍କୁ ପରିବାର ଲୋକେ ସଙ୍ଗେ ସଙ୍ଗେ କୋଟଗଡ଼ ଡାକ୍ତରଖାନାକୁ ନେଇଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପରେ ଶବ ବ୍ୟବଚ୍ଛେଦ ପାଇଁ ତାଙ୍କ ମର ଶୀରରକୁ ବାଲିଗୁଡ଼ା ଉପଖଣ୍ଡ ଡାକ୍ତରଖାନା ପଠାଯାଇଛି ।