ଭୁବନେଶ୍ୱର,ଏନ୍ଏନ୍ଏସ୍: ଓଲିଉଡର ବରିଷ୍ଠ ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା କରିଛନ୍ତି । ଭୁବନେଶ୍ୱର ପ୍ରାଚୀ ବିହାରସ୍ଥିତ ବାସଭବନରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଆତ୍ମହତ୍ୟା ପଛର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ମଞ୍ଚେଶ୍ୱର ଥାନା ପୁଲିସ ଉପସ୍ଥିତ ରହିଛି ।
ସୂଚନାଯୋଗ୍ୟ, ଓଲିଉଡର ଅନେକ ଫିଲ୍ମରେ ଖଳ ଅଭିନୟ କରି ସେ ଘରେ ଘରେ ବେଶ୍ ପରିଚିତ ଥିଲେ । ରାଇମୋହନ ଯାତ୍ରା ଜଗତରେ ମଧ୍ୟ ନିଜ ଅଭିନୟର ଯାଦୁ ଦେଖାଇଥିଲେ ।