ଏକନାଥ ସିନ୍ଦେ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ

ମହାରାଷ୍ଟ୍ର: ମହାରାଷ୍ଟ୍ର ରାଜନୀତିରେ ନାଟକୀୟ ମୋଡ଼ ଦେଖିବାକୁ ମିଳିଛି । ରାଜ୍ୟର ଆଗାମୀ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ହେବେ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ ଘୋଷଣା କରିଛନ୍ତି । ସିନ୍ଦେଙ୍କୁ ଆମର ପୂର୍ଣ୍ଣ ସମର୍ଥନ ରହିଛି ବୋଲି ଫଡନାଭିସ କହିଛନ୍ତି ।

ସୂଚନାଯୋଗ୍ୟ, ଆଜି ସଂଧ୍ୟା ୭ଟା ୩୦ରେ କେବଳ ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଆଗାମୀ ସମୟରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ହେବ ।