ମହାରାଷ୍ଟ୍ରରେ ଆଜିଠୁ ସିନ୍ଦେ ରାଜ

ମହାରାଷ୍ଟ୍ର: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଏକନାଥ ସିନ୍ଦେ ଶପଥ ଗ୍ରହଣ କରିଛନ୍ତି । ଆଉ ଉପମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡନାଭିସ ଶପଥ ନେଇଛନ୍ତି । ଉଭୟ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟପାଳ ଭଗତ ସିଂ କୋସିୟାରୀ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟପାଳଙ୍କୁ ଭେଟିବା ପରେ ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ହେବେ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ ଗଣମାଧ୍ୟମରେ ସୂଚନା ପ୍ରଦାନ କରିଥିଲେ । ଏଥିସହିତ ସେ ନିଜେ ସରକାରରେ ସାମିଲ ହେବେ ନାହିଁ ବୋଲି ସ୍ପଷ୍ଟ କରିଥିôଲେ । କିନ୍ତୁ ପରବର୍ତ୍ତୀ ସମୟରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କହିବାରୁ ଫଡନାଭିସ ଉପମୁଖ୍ୟମନ୍ତ୍ରୀ ହେବା ନେଇ ସହମତି ପ୍ରକାଶ କରିଥିଲେ । ଏନେଇ ଗୃହମନ୍ତ୍ରୀ ଅମିତ ଶାହ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଥିଲେ ।