ବାଲିଗୁଡା,ଏନ୍ଏନ୍ଏସ୍: ଗଞ୍ଜାମ ଜ଼ିଲ୍ଲା ବରିଷ୍ଠ କଳାକାର ସଂଘର ତୃତୀୟ ବାର୍ଷିକ ଉତ୍ସବରେ ଆୟୋଜିତ ରାଜ୍ୟ ସ୍ତରୀୟ ଦଣ୍ଡନାଟ ସମ୍ମିଳନୀରେ କନ୍ଧମାଳ ଦଣ୍ଡନାଟ କୃତିତ୍ୱ ହାସଲ କରିପାରିଛି। ବାଲିଗୁଡା ବ୍ଲକ ବାରଖମାର ଯୁବ କଳାକାର ସଚିଦାନନ୍ଦ ପାତ୍ରଙ୍କ ନେତୃତ୍ୱରେ ମା’ ସୂର୍ଯ୍ୟକାଳୀ ଦଣ୍ଡନୃତ୍ୟ ସଂଘର କଳାକାର ମାନେ ଯୋଗଦେଇଥିଲେ। ଏଥିରେ ଅଞ୍ଚଳର ଜଣାଶୁଣା ଦଣ୍ଡନୃତ୍ୟ ଗୁରୁ ପ୍ରକାଶ କୁମାର ସାହୁ ବୀଣାକାର ଭୂମିକାରେ ସଫଳ ଅଭିନୟ କରି ଦଳ ପାଇଁ କୃତିତ୍ୱ ଅର୍ଜନ କରିଛନ୍ତି। ସେ ମୁଖ୍ୟ ଅତିଥି ପୂର୍ବତନ ବ୍ରହ୍ମପୁର ବିଡିଏ ଅଧକ୍ଷ ସୁବାସ ଚନ୍ଦ୍ର ମହାରଣାଙ୍କ ଠାରୁ ଉପଢୌକନ, ମାନପତ୍ର ଓ ଟ୍ରଫି ଗ୍ରହଣ କରିଛନ୍ତି ଏବଂ ସମଗ୍ର ଜ଼ିଲ୍ଲା ପାଇଁ ଗୌରବ ଆଣିଛନ୍ତି।
