ରାଜ୍ୟରେ ବେଲଗାମ୍ ସଂକ୍ରମଣ, ଗତ ୨୪ ଘଣ୍ଟାରେ ୧୦୬୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଦ୍ରୁତ ଗତିରେ ବଢିବାରେ ଲାଗିଛି କରୋନା ସଂକ୍ରମଣ । ଆଜି ପୁଣି ଥରେ ରାଜ୍ୟରେ ଦୈନିକ ସଂକ୍ରମଣ ହଜାରେ ଟପିଛି । ଗତ ୨୪ ଘଣ୍ଟାରେ ୧୦୬୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨୪ଜଣ କ୍ୱାରେଣ୍ଟାଇନରୁ ରହିଥିବା ବେଳେ ୪୪୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୧୨୨ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୮୨୪୦ ଜଣଙ୍କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

ବାଲେଶ୍ୱରରୁ ୧୪, ଭଦ୍ରକରୁ ୫, ବଲାଙ୍ଗିରରୁ ୮, ବୌଦ୍ଧରୁ ୧, କଟକରୁ ୧୩୫, ଦେବଗଡରୁ ୫, ଢେଙ୍କାନାଳରୁ ୨, ଗଜପତିରୁ ୩, ଗଞ୍ଜାମରୁ ୬, ଜଗତସିଂହପୁରରୁ ୨୧, ଯାଜପୁରରୁ ୨୧, ଝାରସୁଗୁଡାରୁ ୧୮, କଳାହାଣ୍ଡିରୁ ୧୪, କନ୍ଧମାଳରୁ ୬, କେନ୍ଦ୍ରାପଡାରୁ ୧୮, କେନ୍ଦୁଝରରୁ ୪, ଖୋର୍ଦ୍ଧାରୁ ୩୬୧, କୋରାପୁଟରୁ ୩, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୫୨, ନବରଙ୍ଗପୁରରୁ ୫, ନୟାଗଡରୁ ୧୮, ନୂଆପଡାରୁ ୧୧, ପୁରୀରୁ ୪୪, ରାୟଗଡାରୁ ୧୩, ସମ୍ବଲପୁରରୁ ୫୮, ସୋନପୁରରୁ ୩୧, ସୁନ୍ଦରଗଡରୁ ୧୧୧ ଓ ଷ୍ଟେଟ ପୁଲରୁ ୭୬ ଜଣ ରହିଛନ୍ତି ।

ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୮୨୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୩୭୬ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୮୩୬୮୩ଜଣ ସୁସ୍ଥ ହୋଇଛନ୍ତି ।