ସୋନିଆଙ୍କୁ ଇଡିର ସମନ ପ୍ରତିବାଦରେ ଜିଲ୍ଲା କଂଗ୍ରେସର ବିକ୍ଷୋଭ

ଦେବଗଡ଼,ଏନ୍‌ଏନ୍‌ଏସ୍‌: କେନ୍ଦ୍ର ସରକାର ଇଡିକୁ ବ୍ୟବହାର କରି କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ମିଥ୍ୟା ମାମଲାରେ ସମନ ଓ ଦଳକୁ ବଦନାମ କରୁଥିବା ଅଭିଯୋଗ କରି ଆଜି ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲା ମୁଖ୍ୟ ଡାକଘର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ପୂର୍ବାହ୍ନରେ ଜିଲ୍ଲା ସଭାପତି ଉମାଶଙ୍କର ସାହୁଙ୍କ ନେତୃତ୍ୱରେ ବହୁ ଦଳୀୟ କର୍ମକର୍ତ୍ତା ଓ ପଦାଧିକାରୀ ଏକ ଶୋଭାଯାତ୍ରାରେ ଜିଲ୍ଲା ମୁଖ୍ୟ ଡାକଘର ସମ୍ମୁଖରେ ପହଞ୍ଚି କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ବିଭିନ୍ନ ସ୍ଲୋଗାନ ଦେବାସହ କେନ୍ଦ୍ର ସରକାରଙ୍କ ତାନାସାହି ବିରୁଦ୍ଧରେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଜିଲ୍ଲା କଂଗ୍ରେସ ସଭାପତି ସେମ ହେମ୍ରମ, ମହିଳା କଂଗ୍ରେସ ସଭନେତ୍ରୀ ମଞ୍ଜୁଲତା ନାୟକ, ଉପସଭାପତି ସୁବାଷ ଚନ୍ଦ୍ର ଭୋଇ, ନଗର ସଭାପତି ପ୍ରକାଶ ଚନ୍ଦ୍ର ଦେବତା, ବରିଷ୍ଠ କଂଗ୍ରେସ ନେତା ପ୍ରମୋଦ କୁମାର ମିଶ୍ର, ନେତ୍ରାନନ୍ଦ ସାମଲ, ବିନୋଦ କୁମାର ନାୟକ, ସଚ୍ଚିଦାନନ୍ଦ ପଟ୍ଟନାୟକ ଓ ବସନ୍ତ କୁମାର ମିଶ୍ରଙ୍କ ସମେତ ବହୁ କର୍ମୀ ସାମିଲ ଥିଲେ ।