ନୂଆଦିଲ୍ଲୀ,ଏଜେନ୍ସି: ଭାରତର ଗଣତାନ୍ତ୍ରିକ ଇତିହାସରେ ଯୋଡ଼ି ହେଲା ନୂଆ ଅଧ୍ୟାୟ । ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ସଂସଦରେ କେନ୍ଦ୍ରୀୟ ହଲରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଦ୍ରୌପଦୀ ମୁର୍ମୁଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ.ଭି ରମଣା । ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଜ୍ୟସଭା ଅଧ୍ୟକ୍ଷ ଭେଙ୍କେୟା ନାଇଡୁ, ଲୋକସଭା ବାଚସ୍ପତି ଓମ ବିର୍ଲା, କ୍ୟାବିନେଟ ମନ୍ତ୍ରୀ, ବିଭିନ୍ନ ରାଜ୍ୟର ରାଜ୍ୟପାଳ, ଭାରତ ସରକାରଙ୍କ ବେସାମରିକ ଏବଂ ସାମରିକ ଅଧିକାରୀମାନେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡିର ୨୧ ସାଂସଦ ସାମିଲ ହୋଇଛନ୍ତି ।