ଘରୋଇ କଳହରୁ ବିଷ ପିଇ ଆତ୍ମହତ୍ୟା

ସଇଁନ୍ତଲା,ଏନ୍‌ଏନ୍‌ଏସ୍‌: ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଗଣ୍ଡପତ୍ରାପାଲି ପଞ୍ଚାୟତ ଭତାସର ଗାଁର ଜଣେ ବ୍ୟକ୍ତି ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ମୃତକ ଜଣକ ହେଲେ ଉପେନ୍ଦ୍ର ରଣା(୫୦) । ମିଳିଥିବା ରିପୋର୍ଟ ମୁତାବକ, ଉପେନ୍ଦ୍ରଙ୍କର କୌଣସି କଥାକୁ ନେଇ ତାଙ୍କ ସ୍ତ୍ରୀଙ୍କ ସହ ଝଗଡ଼ା ହୋଇଥିଲା । ଏହାକୁ କେନ୍ଦ୍ର କରି ଉପେନ୍ଦ୍ର ବିଷ ପିଇ ଦେଇଥିଲେ । ପରେ ପରିବାର ଲୋକେ ଉପେନ୍ଦ୍ରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଖବର ପାଇ ବଡ଼ମାଲ ଫାଣ୍ଡି ଅଧିକାରୀ ହରେକୃଷ୍ଣ ମାଝୀ ପହଞ୍ଚି ଏକ ମାମଲା ରୁଜୁ କରି ତଦନ୍ତ କରୁଥିବାବେଳେ ଶବ ବ୍ୟବଚ୍ଛେଦ ପାଇଁ ଟିଟିଲାଗଡ଼ ଡାକ୍ତରଖାନା ପଠାଯାଇଥିବା ଜଣାପଡ଼ିଛି ।