ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ବନ୍ୟା ସ୍ଥିତି ନେଇ ଏସଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି । ଏସଆରସି କହିଛନ୍ତି ଯେ, ପିକ୍ ମୁଣ୍ଡଳି ଅତିକ୍ରମ କରିଥିବାରୁ ସମୁଦ୍ରକୁ ଯିବାକୁ ୨୪ ଘଣ୍ଟା ଲାଗିବ । ତେଣୁ ଆଗାମୀ ୨୪ ଘଣ୍ଟା ବେଶ୍ ଗୁରୁତ୍ୱପୂର୍ଣ୍ଣ । ମୁଣ୍ଡଳିରେ ଆଜି ସକାଳ ୬ଟା ପର୍ଯ୍ୟନ୍ତ ଜଳ ପ୍ରବାହ ପିକ୍ ରହିଥିଲା । ୧୨ ଘଣ୍ଟା ପିକ୍ ରହିବା ପରେ ସକାଳ ୬ଟାରୁ କମି ଚାଲିଥିଲା । ଏବେ ମୁଣ୍ଡଳିରେ ଘଣ୍ଟା ପିଛା ୧୭ ହଜାର କ୍ୟୁସେକ ରହିଛି । ଆଉ କିଛି ଘଣ୍ଟା ମଧ୍ୟରେ ତାହା ୨୫ ହଜାର କ୍ୟୁସେକ ହେବା ଆଶା ରହିଛି । ସେପଟେ ହୀରାକୁଦରୁ ଆସୁଥିବା ପାଣି ଖଇରମାଳରେ ପହଞ୍ଚିଛି । ଖଇରମାଳରେ ସକାଳେ ୯.୮୪ ଲକ୍ଷ କ୍ୟୁସେକ ପିକ୍ ରହିଥିଲା । ସେହି ପାଣିର ପ୍ରଭାବ ୨୪ ଘଣ୍ଟା ପରେ ମୁଣ୍ଡଳିରେ ଅନୁଭୂତ ହେବ ।