ଏଏସଓ ଲିଖିତ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜ୍ୟରେ ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ଲୋକ ସେବା ଆୟୋଗ ଦ୍ୱାରା ପରିଚାଳିତ ଏଏସ୍‌ଓର ଲିଖିତ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ଅଗଷ୍ଟ ୨୧ ତାରିଖରେ ହେବାକୁ ଥିବା ପରୀକ୍ଷାକୁ ଅନ୍ୟାଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିବା ଜଣାପଡ଼ିଛି । ପରୀକ୍ଷାର ପରବର୍ତ୍ତୀ ସୂଚୀ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ବିଜ୍ଞପ୍ତି ମାଧ୍ୟମରେ ସୂଚିତ କରାଯିବ ।