ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର

ନବରଙ୍ଗପୁର,ଏନ୍‌ଏନ୍‌ଏସ୍‌: ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଏକଲବ୍ୟ ମଡେଲ ରେସିଡେନସିଆଲ ବିଦ୍ୟାଳୟ ହିରଲିଠାରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ‘ଲିଗାଲ ସର୍ଭିସ ଟୁ ଭିକ୍ଟିମ୍ସ ଅଫ ଏସିଡ ଆଟାକ(ଏନଏଏଲଏସଏ)’କୁ ନେଇ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଓ ଦୌରା ଜଜ ସଞ୍ଜୀବ ଦୁବେଙ୍କ ନିର୍ଦ୍ଦେଶକ୍ରମେ ଆୟୋଜିତ ହୋଇଥିଲା । ଏଥିରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଜନକ ରାଉତ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଅରକ୍ଷି ଅଧିକାରୀ ଚନ୍ଦ୍ର ଶେଖର ହୋତା, ଆଇନଜିବି ରାଜକିଶୋର ନାଗ, ସାମାଜିକ କର୍ମୀ ମନୋରମା ମାଝୀ, ଅଜିତ ରଞ୍ଜନ ମାଳୀ ଓ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରମୁଖ ଯୋଗ ଦେଇଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟକ୍ରମ ପରିଚାଳନା କରଯାଇଥିଲା । ଶେଷରେ ଶିକ୍ଷୟିତ୍ରୀ ମଣିକାମନ୍ୟ ଆଚାର୍ଯ୍ୟ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ।