ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜ୍ୟରେ ମହଙ୍ଗା ଭତ୍ତା ୩ ପ୍ରତିଶତ ବଢ଼ିଲା । ଫଳରେ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ରୁ ୩୪ ପ୍ରତିଶତକୁ ହୋଇଯାଇଛି । ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜାନୁଆରୀ ପହିଲାରୁ ଲାଗୁ ହେବ । ଚଳିତ ମାସ କର୍ମଚାରୀ ଓ ପେନସନ ଭୋଗୀ ବର୍ଦ୍ଧିତ ଦରମା ପାଇବେ । ଫଳରେ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନ ଭୋଗୀ ଉପକୃତ ହେବେ ।