ବିଧାୟକ ବିଷ୍ଣୁ ସେଠୀଙ୍କ ଉଦେଶ୍ୟରେ ବିଜେପି ପକ୍ଷରୁ ଶ୍ରଦ୍ଧାଞ୍ଜଳି

ଦେବଗଡ଼,ଏନ୍‌ଏନ୍‌ଏସ୍‌: ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କୁ ଆଜି ସନ୍ଧ୍ୟାରେ ଜିଲ୍ଲା ବିଜେପି ପକ୍ଷରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଆଜି ସନ୍ଧ୍ୟାରେ ଗୋପବନ୍ଧୁ ଛକ ଠାରେ ଦେବଗଡ଼ ପୌର ଉପାଧକ୍ଷ ପ୍ରଜିତ କୁମାର ଭୋଜଙ୍କ ପ୍ରତକ୍ଷ ତତ୍ୱାବଧାନ ରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଯୁବ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୁଧୀର କୁମାର ବ୍ରହ୍ମା ଙ୍କ ସମେତ ବହୁ ଦଳୀୟ କର୍ମୀ ଉପସ୍ଥିତ ରହି ସ୍ୱର୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟ ଅର୍ପଣ ପୂର୍ବକ କ୍ୟାଣ୍ଡେଲ ଜାଳି ନିରବ ପ୍ରାର୍ଥନା କରିଥିଲେ।