ଇଟ୍ଟାନଗର,ଏନ୍ଏନ୍ଏସ୍: ଅରୁଣାଚଳ ପ୍ରଦେଶରେ ସ୍ଥଳସେନାର ଏକ ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଜଣେ ପାଇଲଟଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ଭାବେ ସୂଚନା ମିଳିଛି । ଅରୁଣାଚଳ ପ୍ରଦେଶର ତଓ୍ବାଙ୍ଗ ଅଞ୍ଚଳରେ ଏହି ହେଲିକପ୍ଟରଟି କ୍ରାସ ହୋଇଛି । ହେଲିକପ୍ଟରରେ କେତେ ଜଣେ ପାଇଲଟ ଥିଲେ ସେ ନେଇ ସ୍ପଷ୍ଟ ହୋଇନାହିଁ ।
ଦୁର୍ଘଟଣାର କାରଣ ସମ୍ପର୍କରେ ମଧ୍ୟ ସୂଚନା ମିଳିନାହିଁ । ଯାନ୍ତ୍ରିକ ତ୍ରୁଟି କିମ୍ବା ଖରାପ ପୋଗ ଯୋଗୁ ଏପରି ଅଘଟଣ ଘଟିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳକୁ ସେନାର ଏକ ଟିମ ମଧ୍ୟ ଯାତ୍ରା ଆରମ୍ଭ କରିଥିବା ସୂଚନା ମିଳିଛି ।