ନାସିକରେ ଜଳିଗଲା ବସ: ୧୪ ମୃତ, ଅନେକ ଆହତ

ମୁମ୍ବାଇ,ଏଜେନ୍ସି: ମହାରାଷ୍ଟ୍ର ନାସିକରେ ଏକ ଯାତ୍ରୀବାହୀ ବସରେ ନିଆଁ ଲାଗିଯିବା କାରଣରୁ ୧୪ ଜଣଙ୍କ ମୃତ୍ୟୁ ହୋଇଛି । ଏହି ଅଘଟଣରେ ଏକାଧିକ ଆହତ ମଧ୍ୟ ହୋଇଛନ୍ତି । ନାସିକ-ଔରଙ୍ଗାବାଦ ରାସ୍ତାର ହୋଟେଲ ଚିଲି ଛକ ନିକଟରେ ଭୋର ପ୍ରାୟ ୪ଟା ବେଳେ ଅଘଟଣ ଘଟିଥିବା ସୂଚନା ମିଳିଛି ।

ବସରେ ପ୍ରାୟ ୩୦ରୁ ଊର୍ଦ୍ଧ୍ବ ଯାତ୍ରୀ ଥିଲେ । ନିଆଁ ଲାଗିବାର ନିର୍ଦ୍ଦିଷ୍ଟ କାରଣ ଜଣାପଡିନାହିଁ । ନିକଟସ୍ଥ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଯାତ୍ରୀଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠାଇଥିଲେ । ସ୍ଥାନୀୟ ପୁଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛି ।