ଭୁବନେଶ୍ବର ରେଳ ଷ୍ଟେସନରେ ଉଦଘାଟନ ହେବ ଭାରତର ପ୍ରଥମ ଆଲୁମୁନିୟମ ପଣ୍ୟବାହୀ ଟ୍ରେନ ରେକ

ଭୁବନେଶ୍ବର,ଏନ୍ଏନ୍ଏସ୍: ମାନ୍ୟବର ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ ଆସନ୍ତା ୧୬ ଅକ୍ଟୋବର ୨୦୨୨ରେ (ରବିବାର ଦିନ) ଓଡିଶା ଗସ୍ତ କରୁଛନ୍ତି। ଏଥିସହିତ ଶ୍ରୀ ବୈଷ୍ଣବ ରେଳ ସଦନ ଠାରେ ଓଡ଼ିଶାରେ ଚାଲୁରହିଥିବା ରେଳ ପ୍ରକଳ୍ପ ଗୁଡିକର ସମୀକ୍ଷା କରିବେ।

ତାଙ୍କ ଗସ୍ତ ସମୟରେ ଶ୍ରୀ ବୈଷ୍ଣବ ମଧ୍ୟାହ୍ନରେ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଭାରତର ପ୍ରଥମ ଆଲୁମୁନିୟମ ପଣ୍ୟବାହୀ (BOBRNALHSM1) ଟ୍ରେନ (ୱାଗନ) ରେକକୁ ଉଦ୍ଘାଟନ କରିବେ। ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ପୂର୍ବତଟ ରେଳପଥ ମୁଖ୍ୟାଳୟ ରେଳ ସଦନ ଠାରେ ରେଳବାଇ ମହାପ୍ରବନ୍ଧକ ଓ ଅନ୍ୟ ଅଧିକାରୀମାନଙ୍କ ସହିତ ଓଡ଼ିଶାରେ ଚାଲୁରହିଥିବା ରେଳ ପ୍ରକଳ୍ପ ଗୁଡିକର ସମୀକ୍ଷା କରିବେ।