ଭୁବନେଶ୍ୱର,ଏନ୍ଏନ୍ଏସ୍: ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଘୂର୍ଣ୍ଣିବଳୟ କାଳକ୍ରମେ ୨୦ ତାରିଖ ବେଳକୁ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ପରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଲଘୁଚାପ ଗତି କରିବ । ସୃଷ୍ଟି ହେବାର ୪୮ ଘଣ୍ଟା ପରେ ଲଘୁଚାପ ଅଧିକ ଘନୀଭୂତ ହେବ ବୋଲି ଅନୁମାନ କରାଯାଉଛି । କିନ୍ତୁ ଏହି ଲଘୁଚାପ ବାତ୍ୟାରେ ପରିଣତ ହେବ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।