ଘୁନସର କଲେଜରେ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ସଇଁନ୍ତଲା,ଏନ୍‌ଏନ୍‌ଏସ୍‌: ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଘୁନସର ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଶୁଭେନ୍ଦୁ ବିକାଶ କୁମ୍ଭାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ନାରାୟଣ ବୁଡ଼େକ, ମୋହନ ଚରଣ ବାଗ, ସୁକୁମାର ସାହୁ, ସରୋଜ ରଣା, ଶତ୍ରୁଘ୍ନ ଗହୀର, ବିଷ୍ଣୁ ଭୋଇ, ଘନଶ୍ୟାମ ସାହୁ ଓ ନିରଞ୍ଜନ ରଣା ପ୍ରମୁଖ ଉପସ୍ଥିତ ଥିବାବେଳେ ଦେବକୀ ସାହୁ, ଶିବ ସାହୁ ଓ ଗୋପାଳ ରଣା ମଞ୍ଚ ପରିଚାଳନା କରିଥିଲେ । ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀମାନେ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କୁ ଫୁଲ ତୋଡ଼ା ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା । ଏଥିରେ କଲେଜର ପ୍ରୀତି ମେହେର, ମୌସୁମୀ ଗହୀର, ଅନିତା ବେହେରା, ରୀନା ରଣା ଓ ନିବେଦିତା ମାଝୀ ପ୍ରମୁଖ ସହଯୋଗ କରିଥିଲେ ।