ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର

ନବରଙ୍ଗପୁର,ଏନ୍‌ଏନ୍‌ଏସ୍‌: ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ନବରଙ୍ଗପୁର କେନ୍ଦ୍ରୀୟ ବିଦ୍ୟାଳୟରେ ଛାତ୍ରୀଙ୍କୁ ନେଇ ‘ପୋକସୋ ଆକ୍ଟ ଓ ଜାତୀୟ ଆଇନ ସେବା ପ୍ରାଧିକରଣର ପୀଡ଼ିତା କ୍ଷତିପୂରଣ ଆଇନ’ ସମ୍ବନ୍ଧରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଓ ଦୌରାଜଜ ସଞ୍ଜୀବ ଦୁବେଙ୍କ ନିର୍ଦ୍ଦେଶକ୍ରମେ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲା ଜଜ୍‌(ପୋକସୋ) ପ୍ରଣତୀ ସାହା ଯୋଗଦେଇ ଛାତ୍ରୀଙ୍କୁ ପୋକସୋ ଆକ୍ଟରେ ଥିବା ବିଭିନ୍ନ ଆଇନ ବିଷୟରେ ବୁଝାଇଥିଲେ । ଅନ୍ୟ ଅତିଥି ରୂପେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଜନକ ରାଉତ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ନବରଙ୍ଗପୁର ଆଇନଜୀବୀ ସଂଘର ସଭାପତି ନରସିଂହନାଥ ତ୍ରିପାଠୀ, ସାମାଜିକ କର୍ମୀ ମନୋରମା ମାଝୀ ଓ ବିଦ୍ୟାଳୟ ଅଧ୍ୟକ୍ଷ ସି.କୁର୍ବ କରଣ ପ୍ରମୁଖ ଯୋଗଦେଇ ବିଦ୍ୟାଳୟର ଛାତ୍ରୀଙ୍କୁ ବିଭିନ୍ନ ଆଇନ ବିଷୟରେ ସଚେତନ କରିଥିଲେ । ଶେଷରେ ଶିକ୍ଷୟତ୍ରୀ ମିନାକ୍ଷୀ ବର୍ମା ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଓ ନବରଙ୍ଗପୁର ଦ୍ୱାରା ପରିଚାଳନା କରଯାଇଥିଲା ।