ନବରଙ୍ଗପୁର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଉପଲକ୍ଷେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବଜେଡି ନବରଙ୍ଗପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ୭୦ ୟୁନିଟ ରକ୍ତ ସଂଗୃହୀତ ହୋଇଛି । ଉପାନ୍ତ ଅଞ୍ଚଳରେ ରକ୍ତଦାନ ପାଇଁ ସଚେତନତା ସୃଷ୍ଟି କରିବା ସହ ରକ୍ତଦାନ ଶିବିରମାନ ଆୟୋଜନ କରିବାର ଆବଶ୍ୟକତା ରହିଛି ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥିଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ କୋରାପୁଟ ଜୋନ ଯୁବ ବିଜେଡି ସଭାପତି ତାପସ ତ୍ରିପାଠୀ, ଜିଲ୍ଲା ଯୁବ ବିଜେଡି ସଭାପତି ଶିବାନନ୍ଦ ବିଷୋୟୀ, ରାଜ୍ୟ ଛାତ୍ର ବିଜେଡି କାର୍ଯ୍ୟକାରୀ ସଭାପତି ଦିଲୁ ପଣ୍ଡା, ଛାତ୍ର ବିଜେଡି ରାଜ୍ୟ ସମ୍ପାଦକ ସୁମିତ ପୁଜାରୀ, ନଗର ବିଜେଡି ସଭାପତି ପ୍ରମୋଦ ରଥଙ୍କ ସମେତ ବିଜେଡି ନେତା ସର୍ବଶ୍ରୀ ସରୋଜ ପାତ୍ର, ଆଶିଷ ପଟ୍ଟନାୟକ ଓ ରବି ପଟ୍ଟନାୟକ ପ୍ରମୁଖ ଅଂଶଗ୍ରହଣ କରିଥିଲେ । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଲ୍ୟାବ ଟେକ୍ନିସିଆନ୍ ଅଧିକାରୀ ଦାଶଙ୍କ ସମେତ ମାର୍ଟିନ ଛତର, କରୁଣ ହରିଜନ ଓ ହେମନ୍ତ ରାଉତ ରକ୍ତ ସଂଗ୍ରହ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବହୁ ଛାତ୍ର, ଯୁବ, ମହିଳା ବିଜେଡି କର୍ମକର୍ତ୍ତା, ନବରଙ୍ଗପୁର କଲେଜର ଛାତ୍ରଛାତ୍ରୀ ଓ କାଉନସିଲର ଅଂଶଗ୍ରହଣ କରିଥିଲେ ।