ରାମନାଗୁଡା,ଏନ୍ଏନ୍ଏସ୍: ରାଜ୍ୟ ସରକାରଙ୍କ ବିଭିନ୍ନ ଜନ ହିତକର ଯୋଜନା ମଧ୍ୟରୁ ମହିଳା ସଶକ୍ତିକରଣ ଅନ୍ୟତମ। ମାଆକୁ ସମ୍ମାନ ଗାଁ’କୁ କାମ ନାରା ଦେଉଥିବା ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ସମୟରେ ମହିଳା ମାନଙ୍କୁ ପ୍ରାଧାନ୍ୟ ଦେଉଥିବା ବେଳେ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଉନ୍ନତି ସକାଶେ ରାଜ୍ୟର ସମସ୍ତ ବିଭିନ୍ନ ଅଞ୍ଚଳରେ ମିଶନ ଶକ୍ତି ଗୃହ ନିର୍ମାଣ କରାଯାଇଛି। ସେହିପରି ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ୍ ଅନ୍ତର୍ଗତ ନିଲାମଗୁଡ଼ା ପଞ୍ଚାୟତରେ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ସଶକ୍ତିକରଣ ଆଉ ପାଦେ ଆଗେଇବା ପାଇଁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ମିଶନ ଶକ୍ତି ଗୃହ ଏବଂ ଦୋକାନ ବଜାର ଗୃହ ମାନ୍ୟବର ଅନୁସୂଚିତ ଜାତି ଓ ଜନଜାତି, ପଛୁଆ ବର୍ଗ, ସଂଖ୍ୟା ଲଘୁ ତଥା ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଦ୍ୱାରା ଉଦଘାଟନ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ରୂପେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଉପଦେଷ୍ଟା ସୁଧୀର କୁମାର ଦାଶ, ଗୁଣୁପୁର ବିଧାୟକ ରଘୁନାଥ ଗମାଙ୍ଗ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ ସରସ୍ୱତୀ ମାଝୀ, ରାମନାଗୁଡା ପଞ୍ଚାୟତ ସମିତି ଅଧ୍ୟକ୍ଷ ରବି ଶଙ୍କର ଗମାଙ୍ଗ, ଜିଲ୍ଲା ପରିଷଦ ସଭ୍ୟ(ଖ) ଯୋନ ସୁରେଶ କୁମାର ଗମାଙ୍ଗ, ସରପଞ୍ଚ ଗୀତାଞ୍ଜଳି ଦୋରା, ସମିତି ସଭ୍ୟା ଭାରତୀ ପାତିକା ପ୍ରମୁଖ ଯୋଗଦେଇଥିବା ବେଳେ ସ୍ୱତନ୍ତ୍ର ଅତିଥି ଭାବେ ଜିଲ୍ଲା ଆଦିବାସୀ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ତଥା ବିଜେଡି ମହିଳା ସଭାନେତ୍ରୀ ଅନୁସୂୟା ମାଝୀ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଦାମୋଦର କୈବର୍ତ୍ତ, କୁଜେନ୍ଦ୍ରୀ ସମିତି ସଭ୍ୟା ଲଷ୍ମୀପ୍ରିୟା ମାଣ୍ଡାଙ୍ଗି, ବିଜେଡି ଜିଲ୍ଲା ଯୁବ ସାଧାରଣ ସମ୍ପାଦିକା ମୋଇନା ଆଚାର୍ଯ୍ୟଙ୍କ ସମେତ ନିଲାମଗୁଡ଼ା ପଞ୍ଚାୟତ ଅଧୀନସ୍ଥ ସମସ୍ତ ସ୍ୱୟଂ ସହାୟକ ଗୋଷ୍ଠୀ, ଓଡ଼ିଶା ଜୀବିକା ମିଶନ ଏମ୍ବିକେ ଚଞ୍ଚଳା ଶବର ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।