ଭବାନୀପାଟଣା,ଏନ୍ଏନ୍ଏସ୍: କଳାହାଣ୍ଡି ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗର ମିଳିତ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂହଦେଓ ସମ୍ମାନିତ ଅତିଥି ରୂପେ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି, ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ଶ୍ରୀଚନ୍ଦନ, ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ ସଚିନ ପାୱାର,ପୌର ପରିଷଦ ଅଧ୍ୟକ୍ଷ ଶ୍ରୀମତୀ ସଂଯୁକ୍ତା ବେହେରା,ମୁଖ୍ୟବକ୍ତା ଡ କୈଳାଶ ଚନ୍ଦ୍ର ଦାସ( ବିଭାଗୀୟ ମୁଖ୍ୟ) ରାଜନୀତି ବିଜ୍ଞାନ କଳାହାଣ୍ଡି ବିଶ୍ଵବିଦ୍ୟାଳୟ ପ୍ରମୁଖ ଉପସ୍ଥିତ ଥିଲେ।
ପ୍ରଥମେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ ବେହେରା ସମସ୍ତଙ୍କୁ ସ୍ବାଗତ କରି ଦିବସ ପାଳନ ସମ୍ପର୍କରେ ସମ୍ୟକ ସୂଚନା ଦେଇଥିଲେ। ଡିଏସ୍ପି ଭିଜିଲାନ୍ସ ସଦାନଦ ପାଣି ଓଡ଼ିଶାକୁ ଦୁର୍ନୀତିମୁକ୍ତ କରିବାରେ ବିଭାଗର ବିଭିନ୍ନ ପଦକ୍ଷେପ ଓ ସଚେତନତା ସୃଷ୍ଟି କରିବା ଉପରେ ବିଭିନ୍ନ ବିବରଣୀ ପ୍ରଦାନ କରିଥିଲେ। ସଭାର ଅଧ୍ୟକ୍ଷ ଜିଲ୍ଲାପାଳଙ୍କ ନେତୃତ୍ୱରେ ସମସ୍ତେ ଦୁର୍ନୀତିର ମୂଳୋତ୍ପାଟନ ନିମନ୍ତେ ଶପଥ ପାଠ କରିଥିଲେ। ଗୃହରେ ଥିବା ଏଲ୍ଇଡି ସ୍କ୍ରିନ୍ରେ ସମସ୍ତେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ଓ ଦୁର୍ନୀତି ନିବାରଣ ବିଭାଗର ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କ ବିରୋଧରେ ନିଆଯାଇଥିବା ପଦକ୍ଷେପ ଉପରେ ଭିଡିଓ କ୍ଲିପ୍ ଦେଖିଥିଲେ।
