ସଇଁନ୍ତଲା,ଏନ୍ଏନ୍ଏସ୍: ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଜାତୀୟ ରାଜପଥ ୨୬ ବିବିନା ଜାମପଦର ଛକରେ ବାଇକ ଓ ଟ୍ରକ ମୁହାଁମୁହିଁ ହୋଇ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଜଣକ ହେଲେ ଭନ୍ଦ୍ରା ପଞ୍ଚାୟତ ନୂଆପଡ଼ା ଗାଁର ନାରାୟଣ ସାହୁ(୫୦) । ସମ୍ପୃକ୍ତ ବ୍ୟକ୍ତିଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ଏନେଇ ପୁଲିସ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ଟ୍ରକକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ।