ନାମାଙ୍କନ ପତ୍ର ଦାଖଲ କଲେ ବର୍ଷା

ବରଗଡ଼: ପଦ୍ମପୁର ଉପନିର୍ବାଚନ ପାଇଁ ଦିବଙ୍ଗତ ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ଝିଅ ବର୍ଷା ସିଂ ବରିହା ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବିଜେଡି ପ୍ରାର୍ଥୀ ଭାବେ ବର୍ଷା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିଛନ୍ତି । ଏହି ସମୟରେ ଦଳର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ସମେତ ବହୁ ନେତା ଓ କର୍ମୀ ସାମିଲ ଥିଲେ ।