Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ ଝିଅ କବିତାଙ୍କୁ ସିବିଆଇର ସମନ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ ଝିଅ କବିତାଙ୍କୁ ସିବିଆଇର ସମନ

ନୂଆଦିଲ୍ଲୀ,ଏଜେନ୍ସି: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଜେରା ପାଇଁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆରଙ୍କ ଝିଅ କବିତାଙ୍କୁ ସମନ ଜାରି କରିଛି ସିବିଆଇ । ଡିସେମ୍ବର ୬ ତାରିଖ ଅପରାହ୍ନ ୧୧ଟା ସମୟରେ ବିଧାନ ପରିଷଦ ସଦସ୍ୟା କବିତାଙ୍କୁ ଜେରା ପାଇଁ ହାଜର ହେବାକୁ କୁହାଯାଇଛି । ଏହି ମଦ ଦୁର୍ନୀତି ମାମଲାରେ ତାଙ୍କର ସମ୍ପୃକ୍ତି ରହିଥିବା ପୂର୍ବରୁ ଇଡି କୋର୍ଟରେ ଦାଖଲ କରିଥିବା ରିପୋର୍ଟରେ ଉଲ୍ଲେଖ କରିଛି ।

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ସୂଚନା ମୁତାବକ, ସାଉଥ୍ ଗ୍ରୁପ ନୂଆ ଅବକାରୀ ନୀତି ଲାଗୁ ସମୟରେ ଆପ୍ ସରକାରଙ୍କୁ ୧୦୦ କୋଟି ଟଙ୍କା ଦେଇଥିଲା । ଆଉ ଏମ୍‌ଏଲ୍‌ସି କବିତା ଏହି ଗ୍ରୁପର ପ୍ରମୁଖ ସଦସ୍ୟ ଥିଲେ । ଦୁର୍ନୀତି ଚାଲିଥିବା ସମୟର ପ୍ରମାଣ ନଷ୍ଟ କରିବା ପାଇଁ ୧.୩୮ କୋଟି ଟଙ୍କାର ମୋଟ ୧୭୦ଟି ଫୋନ ନଷ୍ଟ କରାଯାଇଥିଲା । ଏହାମଧ୍ୟରୁ ୧୦ଟି ଫୋନ କବିତାଙ୍କର ଥିଲା । ତେଣୁ ଏହି ଦୁର୍ନୀତିରେ ତାଙ୍କର ସମ୍ପୃକ୍ତି ଥିବା ନେଇ କେତେକ ପ୍ରମାଣ ମିଳିବା ପରେ ତାଙ୍କୁ ଜେରା କରିବାକୁ ସମନ କରାଯାଇଛି ।

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ତଦନ୍ତ କରୁଥିବା ସିବିଆଇ କହିଛି ଯେ, ତଦନ୍ତ ସମୟରେ ଏପରି କିଛି ତଥ୍ୟ ସାମ୍ନାକୁ ଆସିଛି ଯାହା ଭାରତ ରାଷ୍ଟ୍ର ସମିତି(ବିଆର୍‌ଏସ୍‌) ନେତ୍ରୀ ଜାଣିଥିବେ । ତେଣୁ ଯାଞ୍ଚ ଦୃଷ୍ଟିରୁ ଏହି ତଥ୍ୟ ସମ୍ପର୍କରେ ତାଙ୍କୁ ପଚରାଉଚାର କରାଯିବ ।

ଏହି ସମନ ନେଇ ଏମ୍‌ଏଲ୍‌ସି କବିତା କହିଛନ୍ତି, ”ସିଆରପିସିର ଧାରା ୧୬୦ରେ ସିବିଆଇ ମୋତେ ନୋଟିସ୍ ଜାରି କରିଛି । ଏଥିରେ ମୋର ସ୍ପଷ୍ଟୀକରଣ ଲୋଡା ଯାଇଛି । ସିବିଆଇର ଅନୁରୋଧ କ୍ରମେ ଆସନ୍ତ ୬ ତାରିଖରେ ମୁଁ ମୋର ହାଇଦ୍ରାବାଦ ସ୍ଥିତ ବାସଭବନରେ ତାଙ୍କୁ ସାକ୍ଷାତ କରିବି ବୋଲି ଜଣାଇ ଦେଇଛି ।”