ନବରଙ୍ଗପୁର,ଏନ୍ଏନ୍ଏସ୍: ନବରଙ୍ଗପୁର ଜିଲ୍ଲାରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ନବରଙ୍ଗପୁର ବ୍ଲକର ନୋଡାଲ ସରକାରୀ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ବିଜ୍ଞାନ ମେଳାରେ ୧୦୯ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଛି । ସେଥିମଧ୍ୟରୁ ୫ଟି ପ୍ରକଳ୍ପ ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳାକୁ ମନୋନୀତ କରାଯାଇଛି । ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ କୁମାର ନାଗ ଓ ସମ୍ମାନିତ ଅତିଥିଭାବେ ତାରଗାଁ ସରପଞ୍ଚ ଅମ୍ବିକା ଭତରା ଯୋଗ ଦେଇଥିଲେ । ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ନବରଙ୍ଗପୁର ବିଧାୟକ ସଦାଶିବ ପ୍ରାଧାନୀ, ସମ୍ମାନିତ ଅତିଥିଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶରତ ଭତରା ଓ ମୁଖ୍ୟବକ୍ତା ଭାବେ ଡା. ପ୍ରଦୀପ କୁମାର ମିଶ୍ର ଅଂଶଗ୍ରହଣ କରିଥିଲେ । ନବରଙ୍ଗପୁର ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରଶାନ୍ତ ରାୟଙ୍କ ସଂଯୋଜନାରେ ଏବିଇଓ ଜଗବନ୍ଧୁ ଶୌରା, ପୁଷ୍ପାଞ୍ଜଳୀ ମହାନ୍ତି ଓ ନମିତା ଘଡ଼େଇ ଉପସ୍ଥିତ ଥିଲେ ।
ସେହିପରି କୋଷାଗୁମଡ଼ା ବ୍ଲକସ୍ତରୀୟ ବିଜ୍ଞାନ ମେଳା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ମାଝିଧନୁଆରେ ଅନୁଷ୍ଠିତ ହୋଇଯାଇଛି । ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ କୋଷାଗୁମୁଡ଼ା ପଞ୍ଚାୟତ ସମିତି ଅଧ୍ୟକ୍ଷ ସର୍ବେଶ୍ୱରୀ ମାଝୀ, ମୁଖ୍ୟବକ୍ତା ଭାବେ ଉପାଧ୍ୟକ୍ଷ ଯୋଗେନ୍ଦ୍ର ସ୍ୱାଇଁ, ସମ୍ମାନୀତ ଅତିଥିଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଦିଗାମ୍ବର ହରିଜନ, ସାଂସଦ ପ୍ରତିନିଧି ବଦ୍ରି ନାରାୟଣ ସିଂହ, ସ୍ଥାନୀୟ ସରପଞ୍ଚ ଓ ସମିତି ସଭ୍ୟ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।