ଉତ୍ତରାଖଣ୍ଡ: ବହୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ମୁଖ୍ୟମନ୍ତ୍ରୀ ପଦ ଲାଗି ସୁଖବିନ୍ଦର ସିଂହ ସୁଖୁଙ୍କ ନାଁରେ କଂଗ୍ରେସ ମୋହର ଲଗାଇଛି । ଫଳରେ ସୁଖବିନ୍ଦର ହିମାଚଳପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି । ସୁଖବିନ୍ଦର ଆସନ୍ତାକାଲି ସକାଳ ୧୧ଟାରେ ମୁଖ୍ୟମନ୍ତ୍ରୀ ପଦ ଲାଗି ଶପଥ ଗ୍ରହଣ କରିବେ । ଏଥିସହିତ ମୁକେଶ ଅଗ୍ନିହୋତ୍ରୀ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ଜଣାପଡ଼ିଛି ।
ସୂଚନାଯୋଗ୍ୟ, ହିମାଚଳପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂହଙ୍କ ପତ୍ନୀ ପ୍ରତିଭା ସିଂହଙ୍କ ନାଁ ମୁଖମନ୍ତ୍ରୀ ଦୌଡ଼ରେ ସର୍ବାଗ୍ରେ ରହିଥିଲା । କିନ୍ତୁ ବିଧାୟକ ଦଳର ବୈଠକ ପରେ ସୁଖବିନ୍ଦର ସିଂହ ସୁଖୁ ମୁଖ୍ୟମନ୍ତ୍ରୀ ହେବେ ବୋଲି ନିଷ୍ପତ୍ତି ନିଆଯାଇଛି ।