କର୍ଲାମୁଣ୍ଡା,ଏନ୍ଏନ୍ଏସ୍: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକରେ ରିଷିଡ଼ା ଯୁବାମଞ୍ଚ ପକ୍ଷରୁ ବାପୁଜୀ ମିନି ଷ୍ଟାଡିୟମରେ ଚାଲିଥିବା ରିଷିଡ଼ା କପ ଫୁଟବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ ତୁର୍ଲା ଓ ଜୁନାଗଡ଼ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ତୁର୍ଲା ୨-୦ ଗୋଲରେ ଜୁନାଗଡ଼କୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି । ଏହି ମ୍ୟାଚରେ କଳାହାଣ୍ଡି ଜିଲ୍ଲାପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବାବେଳେ ଗଜବାହାଲ ସରପଞ୍ଚ ଅରବିନ୍ଦ ଗହୀର, ରିଷିଡ଼ା ସମିତି ସଭ୍ୟ ନିମାଇଁ ଚରଣ ବେହେରା, ଜିଲ୍ଲା ବିଜୁ ଯୁବ ଜନତା ଦଳ କାର୍ଯ୍ୟକାରୀ ସଦସ୍ୟ ଚିନ୍ମୟ ମିଶ୍ର, ସମାଜସେବୀ ପ୍ରଦୀପ ଗହୀର, ସାମ୍ବାଦିକ ସତ୍ୟ ନାରାୟଣ କୁମାର, ବରିଷ୍ଠ ସାମ୍ବାଦିକ କମ୍ବୁପାଣି ସାହୁ ଓ ଟୁର୍ଣ୍ଣାମେଣ୍ଟ ସଭାପତି ନରୋତ୍ତମ ସେଲମା ଅତିଥିଭାବେ ଉପସ୍ଥିତ ଥିଲେ । ଯୁବାମଞ୍ଚ ସଭାପତି ରଞ୍ଜନ କୁମାର ନାୟକ, ଯୁବାମଞ୍ଚ ସମ୍ପାଦକ ଉମାକାନ୍ତ ଭୋଇ, ଉପସଭାପତି ଗିରିଶ ଚନ୍ଦ୍ର ସୁନା, କୈଳାଶ କୁମୁରା ଟୁର୍ଣ୍ଣାମେଣ୍ଟ ସମ୍ପାଦକ ସୌମ୍ୟରଞ୍ଜନ ତ୍ରିପାଠୀ, ଯୁବାମଞ୍ଚ ସାଂଗଠନିକ ସମ୍ପାଦକ ସୋନୁ ରଣା, କୋଷାଧ୍ୟକ୍ଷ ଲିପୁନ ରଣା, ସହସମ୍ପାଦକ ଶ୍ରବଣ ପୁଟା ଓ ଅଜୟ କୁମାର ପ୍ରମୁଖ ସହଯୋଗ କରିଥିଲେ । ଲଳିତ ସାହୁ, ଲଳିତ ଦାସ, ପିଙ୍କୁ ଚନ୍ଦନ ଓ ରଶ୍ମି ରଞ୍ଜନ ଲେଙ୍କାଙ୍କ ପରିଚାଳନାରେ ସ୍କୋରବୋର୍ଡ ଦାୟିତ୍ୱରେ ଗୋବର୍ଦ୍ଧନ ମାଝୀ ରହିଥିଲେ । ରବିବାର ଫାଇନାଲ ମ୍ୟାଚ ତୁର୍ଲା ଓ ତୁଷୁରା ଇଲେଭେନ ଷ୍ଟାର ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଆୟୋଜକ କମିଟି ପକ୍ଷରୁ ସୂଚନା ଦିଆଯାଇଛି ।