ସ୍ଥଗିତ ହେଲା ଓକିଲ ଆନ୍ଦୋଳନ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବିରେ ଓକିଲ ସଂଘ ଆନ୍ଦୋଳନ ସ୍ଥଗିତ ରଖାଯାଇଛି । ଏନେଇ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ପଶ୍ଚିମ ଓଡ଼ିଶା ଓକିଲ ସଂଘ କ୍ରିୟାନୁଷ୍ଠାନ କମିଟିର ନିଷ୍ପତ୍ତିକୁ ଗ୍ରହଣ କରିଛି ।

ପଶ୍ଚିମ ଓଡ଼ିଶା ଓକିଲ ସଂଘ ପକ୍ଷରୁ କୁହାଯାଇଛି ଯେ, ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇ ଆନ୍ଦୋଳନ ସ୍ଥଗିତ ରଖାଯାଇଛି । ପଶ୍ଚିମ ଓଡ଼ିଶାରେ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ କମିଟି ଆଶାବାଦୀ ରହିଛି । ଏନେଇ କେନ୍ଦ୍ର, ରାଜ୍ୟ ସରକାର ଓ ହାଇକୋର୍ଟଙ୍କ ଉପରେ ପୂର୍ଣ୍ଣ ଆସ୍ଥା ରହିଛି ।