ଲାଞ୍ଜିଗଡ଼ରେ ଜନ ଶୁଣାଣୀ ଶିବିର

ଭବାନୀପାଟଣା,ଏନ୍‌ଏନ୍‌ଏସ୍‌: ଲାଞ୍ଜିଗଡ଼ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ ପଟେଲ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବିଜୟ କୁମାର ନନ୍ଦ, ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଜିଲ୍ଲା ପରିଷଦ ସଭ୍ୟ ଅଞ୍ଜଳି ମାଝୀ ଓ ପରୀକ୍ଷିତ ନାୟକଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏଥିରେ ମୋଟ ୫୭ଜଣ ଆବେଦନକାରୀ ନିଜର ଅଭିଯୋଗପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ସମସ୍ୟା ଓ ୧୭ଟି ସାମୁହିକ ସମସ୍ୟା ଥିଲା । ଏଥିସହିତ ୬ଟି ଅଭିଯୋଗର ସମାଧାନ ତୁରନ୍ତ କରାଯାଇଥିଲା ।