ଘୁନସର କଲେଜରେ ବାର୍ଷିକ କ୍ରୀଡ଼ା ଉତ୍ସବ

ସଇଁନ୍ତଲା,ଏନ୍‌ଏନ୍‌ଏସ୍‌: ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଘୁନସର ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜି ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଶୁଭେନ୍ଦୁ ବିକାଶ କୁମ୍ଭାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୋହନ ଚରଣ ବାଗ, ନାରାୟଣ ବୁଡ଼େକ, ସରୋଜ ରଣା, ଶତ୍ରୁଘ୍ନ ଗହୀର, ବିଷ୍ଣୁ ଭୋଇ, ଘନଶ୍ୟାମ ସାହୁ ଓ ନିରଞ୍ଜନ ରଣା ପ୍ରମୁଖ ଉପସ୍ଥିତ ଥିଲେ । ହାଇସ୍କୁଲ ଖେଳ ଶିକ୍ଷକ ଅଭିମନ୍ୟୁ ଭୋଇଙ୍କ ପରିଚାଳନାରେ କଲେଜର ଛାତ୍ରଛାତ୍ରୀମାନେ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।