ବଢ଼ିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜ୍ୟର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି । ୪ ପ୍ରତିଶତ ମହଙ୍ଗା ଭତ୍ତାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହାଦ୍ୱାରା ଉଭୟ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ ।୨୦୨୨ ଜୁଲାଇ ପହିଲାରୁ ପିଛଲା ଭାବେ ମହଙ୍ଗା ଭତ୍ତା ଲାଗୁ ହେବ ବୋଲି ଜଣାପଡ଼ିଛି ।