ଭବାନୀପାଟଣା,ଏନ୍ଏନ୍ଏସ୍: କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଓ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଏକ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ଉପଜିଲ୍ଲାପାଳ, ଭବାନୀପାଟଣା ଡା. ବିଶ୍ୱଜିତ୍ ଦାସଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମୋଟ ୯୯ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୮୪ଟି ବ୍ୟକ୍ତିଗତ ସମସ୍ୟା ଓ ୧୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ଆଉ ୬ଟି ଅଭିଯୋଗର ସମାଧାନ ତୁରନ୍ତ କରାଯାଇଥିଲା । ରେଡକ୍ରସ ତରଫରୁ ଜୁନାଗଡ଼ ଆଟି ଗାଆଁର ମଙ୍ଗଳୁ ରଣାଙ୍କୁ ଦିବ୍ୟାଙ୍ଗ ଆର୍ôଥକ ସହାୟତା ରୂପେ ୫ ହଜାର ଟଙ୍କା ଅନୁମୋଦନ କରାଯାଇଥିଲା ।