ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଅନିୟମିତତା ଅଭିଯୋଗ ନେଇ ବ୍ଲକ କାର୍ଯ୍ୟାଳୟ ଘେରାଉ

ପାଟଣାଗଡ଼,ଏନ୍‌ଏନ୍‌ଏସ୍‌: ଖପ୍ରାଖୋଲ ବ୍ଲକ ମହରାପଦର ପଞ୍ଚାୟତର ସର୍ଗପାଲି ଗ୍ରାମରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ବ୍ୟାପକ ଅନିୟମିତତା ଅଭିଯୋଗ କରି ଶ୍ରମିକମାନେ ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ଘେରାଉ କରିଛନ୍ତି । ବିନ୍ଧ୍ୟାବାସିନି ଶ୍ରମିକ ସଂଘ ନେତୃତ୍ୱରେ ଶତାଧିକ ମହିଳା ଓ ପୁରୁଷ ପେଟ୍ରୋଲ ପମ୍ପରେ ଏକତ୍ରିତ ହୋଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଏକ ଶୋଭାଯାତ୍ରାରେ ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ଘେରାଉ କରିଥିଲେ । ଅନ୍ୟପଟେ କାର୍ଯ୍ୟାଳୟରେ ବିଡିଓ ଅନୁପସ୍ଥିତ ଥିବାରୁ ଶ୍ରମିକମାନେ କାର୍ଯ୍ୟାଳୟ ପରିସରରେ ଭଙ୍ଗାରୁଜା କରିଥିବା ଖପ୍ରାଖୋଲ ଥାନାଧିକାରୀ ରମାକାନ୍ତ ସାହୁ ଓ ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ରଙ୍କ ସହ ପୁଲିସ ପ୍ରଶାସନ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିଥିଲେ । ପରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିବା ଯୋଗୁ ଖପ୍ରାଖୋଲ ରାସ୍ତାରେ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଥିଲା ।